ପ୍ରବଳ ବର୍ଷା: ୧୦ଜିଲ୍ଲାକୁ ରେଡ ୱାର୍ଣ୍ଣିଂ

0

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଧିରେ ଧିରେ ଗଭୀର ଅବପାତର ରୂପ ନେଉଛି । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ଦୁଇ ଦିନ ହେଲା ଉତ୍ତର ଓ ପଶ୍ଚିମ ଓଡିଶାରେ ପ୍ରବଳ ବର୍ଷା ଜାରି ରହିଛି । ଅନେକ ସ୍ଥାନରେ ଭୀଷଣ ବର୍ଷା ହେବାରୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି ।

ଆଜି ପୂର୍ବାହ୍ନ ଯାଏଁ ୧୦ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ. ଅନୁଗୁଳ, କେନ୍ଦୁଝର, ବୌଦ୍ଧ ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବର୍ଷା ଓ ସମ୍ଭାବ୍ୟ ବନ୍ୟା ସମୟରେ ଚଳପ୍ରଚଳ କରିବା ପରିବର୍ତ୍ତେ ସୁରକ୍ଷିତ ସ୍ଥାନରେ ରହିବାକୁ କୁହାଯାଇଛି । ଏହି ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ସରକାରଙ୍କ ପକ୍ଷରୁ ସତର୍କ କରାଯାଇଛି ।

Leave A Reply

Your email address will not be published.