ପ୍ରବଳ ବର୍ଷା: ୧୦ ଜିଲ୍ଲାରେ ସ୍କୁଲ ଛୁଟି

0

ଭୁବନେଶ୍ୱର(ଆମ ଟିଭି): ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଏଥିପାଇଁ ୧୦ ଜିଲ୍ଲାରେ ସ୍କୁଲ ଛୁଟି । ବଲାଙ୍ଗୀର, କେନ୍ଦୁଝର, ନୂଆପଡ଼ା, କଳାହାଣ୍ଡି, ସମ୍ବଲପୁର, ଅନୁଗୁଳ, ଢ଼େଙ୍କାନାଳ, ମୟୂରଭଞ୍ଜ, ବୌଦ୍ଧ, ନୟାଗଡ଼ ଜିଲ୍ଲାରେ ବନ୍ଦ ରହିବ ସ୍କୁଲ । ପ୍ରବଳ ବର୍ଷାକୁ ନଜରରେ ରଖି ସମସ୍ତ ସରକାରୀ, ବେସରକାରୀ ସ୍କୁଲ ସହ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।

ଅବପାତ ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ କରାଇଛି ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଉତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଅବପାତ ଗଭୀର ଅବପାତର ରୂପ ନେଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କେନ୍ଦୁଝରରେ ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି ।

Leave A Reply

Your email address will not be published.