୫ଜିଲ୍ଲାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର: ଗତକାଲି (ସୋମବାର) ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ ଗତି କରୁଛି। ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ହେବା ସହ ଶକ୍ତିଶାଳୀ ହୋଇଛି। ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।
ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ କମଳା ଚେତାବନୀ/ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।