ଭୁବନେଶ୍ୱର (ଆମ ଟିଭି): ଲଘୁଚାପ ପ୍ରଭାବରେ ରାଜ୍ୟରେ ମେଘୁଆ ପାଗ ସହିତ ଅନେକ ସ୍ଥାନରେ ବର୍ଷା ଜାରି ରହିଛି । ଆଜି ୧୪ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୧ତାରିଖରୁ ଆହୁରି ବଢ଼ିବ ବର୍ଷାର ବିସ୍ତୃତି । ଭଦ୍ରକ, ବାଲେଶ୍ୱର, ଯାଜପୁର, ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।
ବର୍ତ୍ତମାନ ଉତ୍ତର ଓଡ଼ିଶା ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଝାରଖଣ୍ଡରୁ ପଶ୍ଚିମ ଆସାମ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଦେଇ ଉତ୍ତର-ଦକ୍ଷିଣ ଟ୍ରଫ୍ଲାଇନ୍ ଗତି କରୁଛି । ଉତ୍ତର ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଫଳରେ ରାଜ୍ୟରେ ଆସନ୍ତା ୨ ତାରିଖ ଯାଏ ବିସ୍ତୃତ ବର୍ଷା ହେବ ବୋଲି ପାଣିପାଗ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ।