ବାତ୍ୟା ନେଇ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା
ଭୁବନେଶ୍ୱର: ବାତ୍ୟା ନେଇ ଏବେ ସମସ୍ତଙ୍କ ମନରେ ଭୟ । ବାତ୍ୟା କ’ଣ ଓଡ଼ିଶାରେ ହେବ । ଯଦି ହେବ କେତେ ଭୟଙ୍କର ହେବ ତାକୁ ନେଇ ଏବେ ସମସ୍ତେ ଛାନିଆ । ତେବେ ଆଜି ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓ ବାତ୍ୟା ସମ୍ପର୍କରେ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ସମ୍ଭାବ୍ୟ ବାତ୍ୟା ନେଇ ଶ୍ରୀ ମହାପାତ୍ର କହିଛନ୍ତି ଯେ ପୂର୍ବାନୁମାନ ଅନୁଯାୟୀ ଆଜି ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ମଙ୍ଗଳବାର ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି ।
୧୦ ତାରିଖ ଅର୍ଥାତ ବୁଧବାର ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ୧୨ ତାରିଖରେ ବାତ୍ୟାର ଗତିପଥ ପରିବର୍ତ୍ତନ ହେବ । ବାତ୍ୟା ଉତ୍ତର ଓ ଉତ୍ତର ପୂର୍ବ ଦିଗକୁ ଗତିପଥ ବଦଳାଇବା ସମ୍ଭାବନା ରହିଛି । ବାତ୍ୟା ଗତିପଥ ବଦଳି ବାଂଲାଦେଶ, ମିଆଁମାର ମୁହାଁ ସମ୍ଭାବନା ରହିଛି । ୧୨ ତାରିଖରେ ବାଂଲାଦେଶ, ମିଆଁମାର ଉପକୂଳ ଛୁଇଁପାରେ ବୋଲି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।