ବାତ୍ୟାକୁ ନେଇ ବଡ ସୂଚନା ଦେଲେ ଆଇଏମଡି ଡିଜି; ଓଡ଼ିଶାର ଏହି ଜିଲ୍ଲାରେ ହେବ ବର୍ଷା ଜାଣନ୍ତୁ….

0

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟାକୁ ନେଇ ବଢ଼ିଲା ଚିନ୍ତା। ନେଲୁର ଓ ଟୁନି ମଧ୍ୟରେ ବାତ୍ୟା ସ୍ଥଳଭାଗ ଛୁଇଁବା ନେଇ ସୂଚନା ଦେଇଛନ୍ତି ଭାରତୀୟ ପାଣିପାଗ ବିଭାଗ (IMD)ର ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। ଆସନ୍ତା ୨୦ ତାରିଖ ମଧ୍ୟାହ୍ନ ସୁଦ୍ଧା ଏହା ସ୍ଥଳଭାଗ ଅତିକ୍ରମ କରିବାର ସମ୍ଭାବନା ରହିଛି। ଲ୍ୟାଣ୍ଡଫଲ୍‌ ସମୟରେ ବାତ୍ୟାର ପ୍ରଭାବରେ ପବନର ବେଗ ଘଣ୍ଟାପ୍ରତି ୧୨୦ରୁ ୧୩୦ କିଲୋମିଟର ରହିପାରେ। ଏପରିକି ଝଟକା ପବନର ବେଗ ବେଳେବେଳେ ୧୪୫ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ। ଏହାର ପ୍ରଭାବ ଓଡ଼ିଶାରେ ମଧ୍ୟ ଅନୁଭୂତ ହେବ।

ବାତ୍ୟାର ପ୍ରଭାବରେ ଆସନ୍ତା ୧୮ ତାରିଖରେ ଓଡ଼ିଶାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ତେବେ ୧୯ ଓ ୨୦ ତାରିଖରେ ବର୍ଷାର ପରିମାଣ ବଢ଼ିବା ସହ ଭୀଷଣ ବର୍ଷା ହେବାର ସମ୍ଭାବନା ରହିଛି। କିନ୍ତୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବାର ସେଭଳି ସମ୍ଭାବନା ନଥିବା ସୂଚନା ମିଳିଛି।ଦକ୍ଷିଣ ଓଡ଼ିଶା ସହିତ ବାଲେଶ୍ୱର, ଭଦ୍ରକ ଓ ମୟୂରଭଞ୍ଜ ଜିଲ୍ଲାରେ ମଧ୍ୟ ବର୍ଷା ହୋଇପାରେ। ତେଣୁ ବାତ୍ୟାର ପ୍ରଭାବକୁ ନେଇ ଉପକୂଳ ଓ ଅନ୍ୟାନ୍ୟ ଜିଲ୍ଲାର ଲୋକଙ୍କୁ ସତର୍କ ରହିବାକୁ ପଡ଼ିବ।

Leave A Reply

Your email address will not be published.