ଗୋଟିଏ ଦିନରେ ୫ ଜିଲ୍ଲାର ୫୩୨ଟି ରୂପାନ୍ତରିତ ସ୍କୁଲ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

0

 

ଏହି ଅବସରରେ ପିଲାମାନଙ୍କୁ ଉଦ୍ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି । ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ। ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।

ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।

ସୂଚନା ଯୋଗ୍ୟ, ଆଜି ଗୋଟିଏ ଦିନରେ ପାଞ୍ଚ ଟି ଜିଲ୍ଲାର ରେକର୍ଡ ୫୩୨ଟି ହାଇସ୍କୁଲ ଲୋକାର୍ପିତ ହେଲା। ମୟୁରଭଞ୍ଜ ରେ ସର୍ବାଧିକ ୩୩୯ଟି ସୋନପୁରରେ ୪୧ ଟି ବୌଦ୍ଧ ରେ ୨୪ଟି ମାଲକାନଗିରି ରେ ୪୭ ଟି ଓ ଖୁରୁଧା ରେ ୮୧ଟି ହାଇସ୍କୁଲ ଲୋକାର୍ପିତ ହୋଇଛି ଏହା ଜୁନ ଦଶ ତାରିଖ ପର୍ଯ୍ୟନ୍ତ ଚାଲିବ।

 

Leave A Reply

Your email address will not be published.