ଜାନୁଆରୀ ୨୭ରେ ସମଲେଶ୍ୱରୀ ପ୍ରକଳ୍ପର ଲୋକାର୍ପଣ

0

ସମ୍ବଲପୁର(ଆମ ଟିଭି): ଜାନୁଆରୀ ୧୭ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଏବଂ ଜାନୁଆରୀ ୨୭ରେ ସମଲେଶ୍ୱରୀ ପ୍ରକଳ୍ପର ଲୋକାର୍ପଣ ହେବ । ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀ ପୀଠର ଚାଲିଛି ରୂପାନ୍ତରଣ। ଆଗାମୀ ୨୭ ତାରିଖରେ ହେବ ପ୍ରକଳ୍ପର ଲୋକାର୍ପଣ।ଏହି ପରିପ୍ରେକ୍ଷୀରେ ଆଜି ମନ୍ଦିର ଟ୍ରଷ୍ଟ ବୋର୍ଡର ସଦସ୍ୟ, ସଭାପତି ଓ ପୂଜାରୀ ମାନେ ନବୀନ ନିବାସ ଆସି ମଙ୍ଗଳାଷ୍ଟକ ଗାନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଆଶୀର୍ବାଦ କରିଥିଲେ ଏବଂ ପ୍ରକଳ୍ପର ଲୋକାର୍ପଣ ପାଇଁ ନିମନ୍ତ୍ରଣ ଦେଇଥିଲେ ।

ମା ଙ୍କ ପୀଠର ରୂପାନ୍ତର ପାଇଁ ସେମାନେ ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନଙ୍କୁ ଧନ୍ୟବାଦ ଦେଇଥିଲେ। ସେମାନେ କହିଥିଲେ ଯେ ଲୋକାର୍ପଣ ପାଇଁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ସବୁ ଘରକୁ ନଡିଆ ଦିଆଯିବ ଏବଂ ସବୁ ଘରୁ ମା’ଙ୍କ ପାଇଁ ସିନ୍ଦୁର ଆସିବ।ଔଙଓଘ ଘଙଡ

Leave A Reply

Your email address will not be published.