ଟି-୨୦ ବିଶ୍ଵକପରୁ ବିଦା ହେଲା ଭାରତ
ଆଡିଲେଡ: ଭାରତର ଟି-୨୦ ବିଶ୍ୱକପ ଜିତିବା ସ୍ୱପ୍ନ ପୁଣିଥରେ ଅଧାରେ ରହି ଯାଇଛି। ୧୫ ବର୍ଷ ତଳେ ଅର୍ଥାତ ୨୦୦୭ରେ ଭାରତ ଟି-୨୦ ବିଶ୍ୱକପ ଜିତିଥିଲା। ଲାଗୁଥିଲା ଏଥର ୧୫ ବର୍ଷ ଧରି ଭାରତୀୟ ଫ୍ୟାନ୍ସଙ୍କ ଅପେକ୍ଷାରେ ପୂର୍ଣ୍ଣଚ୍ଛେଦ ପଡ଼ିବ। ଅଷ୍ଟ୍ରେଲିଆରେ ଟ୍ରଫି କବଜା କରିବ ଭାରତ। ହେଲେ ଭାରତୀୟ ଫ୍ୟାନ୍ସଙ୍କୁ ନିରାଶ କରିଛନ୍ତି ରୋହିତ ଶର୍ମା ଆଣ୍ଡ କୋ। ସେମି ଫାଇନାଲରେ ଇଂଲଣ୍ଡ ଠାରୁ ୧୦ ୱିକେଟରେ ହାରି ଭାରତ ବିଶ୍ୱକପରୁ ବିଦା ହୋଇଯାଇଛି।
ଏବେ ଇଂଲଣ୍ଡ ରବିବାର ପାକିସ୍ତାନ ବିପକ୍ଷରେ ଟ୍ରଫି ପାଇଁ ଟକ୍କର କରିବ। ଉଭୟ ପାକିସ୍ତାନ ଓ ଇଂଲଣ୍ଡ ଗ୍ରୁପ ପର୍ଯ୍ୟାୟରୁ ବିଶ୍ୱକପରୁ ବିଦା ହେବା ସ୍ଥିତିରେ ଥିଲେ। ପାକିସ୍ତାନ ପ୍ରତିପକ୍ଷ ଜିମ୍ବାୱେ ଓ ଇଂଲଣ୍ଡ ସୁପର ୧୨ରେ ଆୟର୍ଲ୍ୟାଣ୍ତ ଠାରୁ ହାରିଥିଲା। କିନ୍ତୁ ଏବେ ଦୁଇ ଦଳ ଫାଇନାଲରେ ପହଞ୍ଚିବା ସହ ଟ୍ରଫି ପାଇଁ ମୁହାଁମୁହିଁ ହେବେ। ପାକିସ୍ତା ବୁଧବାର ନ୍ୟୁଜିଲ୍ୟାଣ୍ଡକୁ ହରାଇଥିବା ବେଳେ ଇଂଲଣ୍ଡ ଆଜି ଭାରତକୁ ହରାଇଛି।