ଏସିଆରେ ତୃତୀୟ ଶକ୍ତିଶାଳୀ ଦେଶ ଭାବେ ପରିଗଣିତ ହେଲା ଭାରତ

0

ଜାପାନକୁ ପଛରେ ପକାଇଲା ଭାରତ। ଏସିଆରେ ତୃତୀୟ ଶକ୍ତିଶାଳୀ ଦେଶ ଭାବେ ପରିଗଣିତ ହେଲା ଭାରତ। ଏସିଆ ପାୱାର ଇଣ୍ଡେକ୍ସ ଅନୁସାରେ ଭାରତ ଏସିଆର ତୃତୀୟ ସ୍ଥାନରେ ପହଞ୍ଚିଛି। ସୂଚନା ଏବଂ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ ଏଭଳି ସୂଚନା ଦିଆଯାଇଛି।

ମନ୍ତ୍ରଣାଳୟ କହିଛି ଯେ, ଭାରତର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି, ଯୁବ ଜନସଂଖ୍ୟା ଏବଂ ଅର୍ଥବ୍ୟବସ୍ଥାରର ସମ୍ପ୍ରସାରଣ ଯୋଗୁଁ ଭାରତର ସ୍ଥିତିରେ ସୁଧାର ଆସିଛି। ଏଥିସହ ବିଶ୍ବରେ ଭାରତର ବଢୁଥିବା ବିଶ୍ୱସନୀୟତାକୁ ମଧ୍ୟ ଦର୍ଶାଉଛି। ଏକ ଉଲ୍ଲେଖନୀୟ ପରିବର୍ତ୍ତନ ସ୍ବରୂପ ଭାରତ ଜାପାନକୁ ପଛରେ ପକାଇ ଏସିଆ ପାୱାର ଇଣ୍ଡେକ୍ସରେ ତୃତୀୟ ଶକ୍ତିଶାଳୀ ଦେଶର ମାନ୍ୟତା ହାସଲ କରିଛି।

୨୦୧୮ରୁ ଏସିଆ ପାୱାର ଇଣ୍ଡେକ୍ସର ମୂଲ୍ୟାଙ୍କନ କରୁଛି। ୨୦୨୪ର ଏହି ରିପୋର୍ଟ ଅନୁସାରେ ଭାରତ ୩୯.୧ ପଏଣ୍ଟ ହାସଲ କରିବା ସହିତ ଜାପାନକୁ ପଛରେ ପକାଇଛି। ଜାପାନକୁ ୩୮.୯ ପଏଣ୍ଟ ମିଳିଛି। ଏସୀୟ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ବାର୍ଷିକ ଭିତ୍ତିରେ ଶକ୍ତିଶାଳୀ ଦେଶମାନଙ୍କର ଏକ ତାଲିକା ପ୍ରସ୍ତୁତ କରାଯାଏ। ଏଥିରେ ଏସୀୟ ପ୍ରଶାନ୍ତ ମହାସାଗରୀୟ ୨୭ଟି ଦେଶର ସ୍ଥିତିର ମୂଲ୍ୟାଙ୍କନ କରାଯାଇଥାଏ। ତେବେ ଚଳିତ ବର୍ଷ ଏହି ତାଲିକାରେ ଆମେରିକା ୮୧.୭ ପଏଣ୍ଟ ସହ ପ୍ରଥମ ସ୍ଥାନ ଅଧିକାର କରିଥିବାବେଳେ ଦ୍ବିତୀୟ ସ୍ଥାନରେ ରହିଛି ଚୀନ ।

Leave A Reply

Your email address will not be published.