ଆଜି ଭାରତ-ନ୍ୟୁଜିଲାଣ୍ଡ ଫାଇନାଲ୍ ଲଢ଼େଇ

0

ଚାମ୍ପିଅନ୍ସ ଟ୍ରଫିର ମେଗା ଫାଇନାଲ୍‌ରେ ରବିବାର ଭାରତ-ନ୍ୟୁଜିଲାଣ୍ଡ ମୁହାଁମୁହିଁ ହେବେ। ଦୁଇ ସନ୍ତୁଳିତ ଓ ଦୃଢ଼ ମାନସିକ ଦକ୍ଷତାଧାରୀ ଦଳ ପରସ୍ପରକୁ କଡ଼ା ଟକ୍କର ଦେଇ ଟ୍ରଫି ଜିତିବାକୁ ଜୋରଦାର୍ ଲଢ଼େଇ କରିବେ। ଏହି ପ୍ରତୀକ୍ଷିତ ଫାଇନାଲ୍ ଫାଇଟ୍ ପାଇଁ ଉଭୟ ଦଳ ସବୁପ୍ରକାର ପ୍ରସ୍ତୁତି କରିସାରିଛନ୍ତି। ଦୋଷ ଦୁର୍ବଳତାକୁ ଦୂର କରିବା ଲାଗି ଜୋରଦାର୍‌ ଅଭ୍ୟାସ କରିବା ସହ ଦୁବାଇ ପରିବେଶକୁ ଖାପଖୁଆଇଲା ଭଳି ରଣନୀତି ପ୍ରସ୍ତୁତ କରି ନେଇଛନ୍ତି। ଅପରାହ୍‌ଣ ୨ଟା ୩୦ରୁ ଆରମ୍ଭ ହେବାକୁ ଥିବା ଏହି ମହାଲଢ଼େଇକୁ ଦୁଇ ଦେଶର ସମର୍ଥକ ଓ ସାରାବିଶ୍ବର କ୍ରିକେଟ୍‌ପ୍ରେମୀ ବି ଚାତକ ଭଳି ଚାହିଁ ବସିଛନ୍ତି। ଭାରତ ସହ ଚିର ପ୍ରତିଦ୍ବନ୍ଦ୍ବୀ ପାକିସ୍ତାନରେ ଏହି ମ୍ୟାଚ୍‌କୁ ନେଇ ପ୍ରବଳ ଉତ୍ସାହ ପରିଲକ୍ଷିତ ହେଉଛି। ଭାରତ ଫାଇନାଲ୍ ଯିବା ପରେ ପୂର୍ବନିଷ୍ପତ୍ତି ଅନୁସାରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍ ଦୁବାଇ ଖେଳାଯାଉଛି। ଏଭଳି ସ୍ଥିତି‌ରେ ପାକ୍ ପ୍ରଶଂସକ ଭାରତ ଅପେକ୍ଷା ନ୍ୟୁଜିଲାଣ୍ଡ ଉପରେ ଅଧିକ ଆସ୍ଥା ପ୍ରକଟ କରୁଛନ୍ତି। ତେବେ ଏକମାତ୍ର ଦଳ ଭାବେ ପୂରା ପ୍ରତିଯୋଗିତାରେ ଅପରାଜେୟ ରହିଥିବା ଟିମ୍ ଇଣ୍ଡିଆ ସୁପର୍‌ସଣ୍ଡେରେ ସୁପର୍‌ ବିଜୟ ହାସଲ କରି ୧୨ବର୍ଷ ପରେ ପୁନର୍ବାର ଚାମ୍ପିଅନ୍ସ ଟ୍ରଫି ଜିତିବ ବୋଲି ଭାରତୀୟ ପ୍ରଶଂସକ ଦୃଢ଼ ଆଶା ପୋଷଣ କରିଛନ୍ତି। ଭାରତ ଓ ନ୍ୟୁଜିଲାଣ୍ଡ ୨୫ବର୍ଷ ପରେ ଚାମ୍ପିଅନ୍ସ ଟ୍ରଫି ଫାଇନାଲ୍‌ରେ
ଭେଟେଭେଟି ହେବା ରବିବାରର ମୁକାବିଲାକୁ ଆହୁରି ସ୍ବତନ୍ତ୍ର ତଥା ରୋଚକ କରିଛି।

Leave A Reply

Your email address will not be published.