ଘୋଷଣା ହେଲା ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ; ଏହି ଖେଳାଳି ହେଲେ ଅଧିନାୟକ

0

ନୂଆଦିଲ୍ଲୀ(ଆମ ଟିଭି): ବିସିସିଆଇ ଆଜି ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ୍ ପାଇଁ ଟିମ୍ ଇଣ୍ଡିଆ ଘୋଷଣା କରିଛି। ଟିମ୍ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଏକ ସାମ୍ବାଦିକ ସମ୍ମିଳନୀ ମାଧ୍ୟମରେ ଦଳ ଘୋଷଣା କରିଛନ୍ତି। ଏହା ସହିତ ଭାରତୀୟ ଦଳର ନୂତନ ଟେଷ୍ଟ ଅଧିନାୟକ ମଧ୍ୟ ଘୋଷଣା କରାଯାଇଛି।

ଏହା ହେଉଛି ଇଂଲଣ୍ଡ ଗସ୍ତ ପାଇଁ ଭାରତୀୟ ଦଳ:

ଶୁଭମନ ଗିଲ (ଅଧିନାୟକ), ଋଷଭ ପନ୍ତ (ଉପ-ଅଧିନାୟକ), ଯଶସ୍ୱୀ ଜୟସ୍ଵାଲ, କେ.ଏଲ୍ ରାହୁଲ, ସାଇ ସୁଦର୍ଶନ, ଅଭିମନ୍ୟୁ ଇଶ୍ଵରନ୍, କରୁଣ ନାୟାର, ନୀତୀଶ କୁମାର ରେଡ୍ଡୀ, ରବିନ୍ଦ୍ର ଜାଡେଜା, ଧ୍ରୁଭ ଜୁରେଲ, ୱାଶିଂଟନ୍ ସୁନ୍ଦର, ଶାର୍ଦ୍ଦୁଲ ଠାକୁର, ଜସପ୍ରୀତ ବୁମରା, ମହମ୍ମଦ ସିରାଜ, ପ୍ରସିଦ୍ଧ କ୍ରୀଷ୍ଣା, ଆକାଶଦୀପ, ଅର୍ଶଦୀପ ସିଂ ଏବଂ କୁଲଦୀପ ଯାଦବ।

ଉଲ୍ଲେଖ ଯୋଗ୍ୟ ଯେ, ଭାରତୀୟ କ୍ରିକେଟ ଦଳକୁ ଇଂଲଣ୍ଡରେ ପାଞ୍ଚ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବାକୁ ପଡିବ। ଭାରତର ଇଂଲଣ୍ଡ ଗସ୍ତ ଜୁନ୍ ୨୦ ତାରିଖରେ ପ୍ରଥମ ଟେଷ୍ଟ ସହିତ ଆରମ୍ଭ ହେବ।

Leave A Reply

Your email address will not be published.