ଭୁବନେଶ୍ୱର (ଆମ ଟିଭି): ରାଜ୍ୟରେ ଏବେ ତାତିରୁ ନିସ୍ତାର ମିଳିବ ନାହିଁ । ଆଗାମୀ ୫ ଦିନ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ସହ ଗୁଳୁଗୁଳି ଲାଗି ରହିବ । ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଗଭୀର ଅବପାତରେ ପରିଣତ ହୋଇଥିବା ବେଳେ ବାତ୍ୟାର ରୂପ ନେବ ।
ହେଲେ ବାତ୍ୟାର କୌଣସି ପ୍ରଭାବ ଓଡ଼ିଶା ଉପରେ ପଡ଼ିବ ନାହିଁ ପାଣିପାଗ ବିଭାଗର ଆକଳନ ଅନୁସାରେ, ଆଗାମୀ ୫ ଦିନ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଦିନ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ଆସିବ ନାହିଁ । ରାଜ୍ୟର ଅଧିକାଂଶ ସ୍ଥାନରେ ପାରଦ ବଢିବ ।