ଆଜି ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ

0

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଗୁଚାପ ପ୍ରଭାବରେ ସାରା ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି । ଏହାରି ଭିତରେ ଆଜି ୧୨ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ବରଗଡ଼, ସୋନୁପର, ବଲାଙ୍ଗୀର, ଝାରସୁଗୁଡା,ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ, ଦେବଗଡ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

୫ରୁ ୧୧ ସେଂଟିମିଟର ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ୪ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦ୍ରାପଡ଼ା ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଣୁ ପାଣିପାଗ କେନ୍ଦ୍ର ପକ୍ଷରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Leave A Reply

Your email address will not be published.