୬ରେ ପ୍ରବଳ ବର୍ଷିବ, ସତର୍କ କରାଇଲା ପାଣିପାଗ ବିଭାଗ

0

ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ଥିବା ଗତକାଲିର ସଦୃଶ ଲଘୁଚାପ କ୍ଷେତ୍ର ଦୁର୍ବଳ ହୋଇ ଆଜି ଲଘୁଚାପ କ୍ଷେତ୍ରରେ ପରିଣତ ହୋଇ ଏବେ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଓ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ରହିଛି। ତେବେ, ଏହାର ପ୍ରଭାବରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼, ରାୟଗଡ଼ା, ଢେଙ୍କାନାଳ, ସୋନପୁର, ବୌଦ୍ଧ, ସମ୍ବଲପୁର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।

ସେହିପରି ଏହି ସମୟ ମଧ୍ୟରେ ବଲାଙ୍ଗୀର, ବୌଦ୍ଧ, କଟକ, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ସେମି) ହେବାର ସମ୍ଭାବନା ରହିଛି। ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ/ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.