ଦେଶର ୧୪ତମ ଉପରାଷ୍ଟ୍ରପତି ହେଲେ ଜଗଦୀପ ଧନଖଡ଼

0

ନୂଆଦିଲ୍ଲୀ (ଆମ ଟିଭି): ଆଜି ଦେଶ ପାଇଲା ୧୪ ତମ ଉପରାଷ୍ଟ୍ରପତି । ଏନେଇ ଆଜି ଉପରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହୋଇଥିଲା । ପଶ୍ଚିମବଙ୍ଗର ପୂର୍ବତନ ରାଜ୍ୟପାଳ ଜଗଦୀପ ଧନଖଡ଼ ଦେଶର ଉପ-ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଛନ୍ତି। ଏନ୍ଡିଏରୁ ପ୍ରାର୍ଥୀ ହୋଇଥିବା ଜଗଦୀପ ଧନଖଡ଼ ମିଳିତ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ପରାସ୍ତ କରିଛନ୍ତି। ସେ ମାର୍ଗାରେଟ ଆଲଭାଙ୍କୁ ୩୪୬ ଖଣ୍ଡ ଭୋଟ୍ରେ ପରାସ୍ତ କରିଛନ୍ତି।

ଉପ-ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଜି ସଂସଦ ଭବନରେ ଭୋଟ୍ ଗ୍ରହଣ ହୋଇଥିଲା। ମୋଟ ୭୮୦ ଜଣ ସାଂସଦଙ୍କ ମଧ୍ୟରୁ ୭୨୫ ଜଣ ଭୋଟ୍ ଦେଇଥିଲେ। ଅର୍ଥାତ୍ ପ୍ରାୟ ୯୩% ସାଂସଦ ସେମାନଙ୍କ ମତ ସାବ୍ୟସ୍ତ କରିଥିଲେ। ସନ୍ଧ୍ୟା ୬ଟା ବେଳେ ଭୋଟ୍ ଗଣତି ଆରମ୍ଭ ହୋଇଥିଲା। ଜଗଦୀପ ଧନଖଡ଼ଙ୍କୁ ୫୨୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ଆଲଭାଙ୍କୁ ମାତ୍ର ୧୮୨ ଖଣ୍ଡ ଭୋଟ୍ ମିଳିଥିଲା। ୧୫ଟି ଭୋଟ୍ ନାକଚ ହୋଇଯାଇଥିବା ସୂଚନା ମିଳିଛି।

Leave A Reply

Your email address will not be published.