ଫୁଲୁଛି ଜଳକା ନଦୀ: ବିପଦରେ ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ

0

ଭୁବନେଶ୍ୱର(ଆମ ଟିଭି): ସାରା ରାଜ୍ୟରେ ଜାରି ରହଛି ଲଘୁଚାପ ଜନିତ ଲଗାଣ ବର୍ଷା । ଏହି ଲଗାଣ ବର୍ଷା ପରେ ଫୁଲୁଛି ଜଳକା ନଦୀ । ମଥାନୀ ଠାରେ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ମଥାନୀରେ ୫.୫୦ ମିଟର ବିପଦ ସଙ୍କେତ ରହିଛି । ସକାଳ ୯ଟା ସୁଦ୍ଧା ୬.୪୪ ମି. ଉପରେ ବନ୍ୟାଜଳ ପ୍ରବାହିତ ହେଉଛି । ବର୍ଷା ଲାଗି ରହିଥିବା ସହ ନଦୀର ଉପର ମୁଣ୍ଡ ମୟୂରଭଞ୍ଜ ଜିଲ୍ଲାରେ ଲଗାଣ ବର୍ଷା ଯୋଗୁଁ ଜଳସ୍ତର ଅଧିକ ବୃଦ୍ଧି ପାଇବାରେ ଲାଗିଛି ।

ବିଭିନ୍ନ ସ୍ଥାନରେ ନଦୀବନ୍ଧ ଦୁର୍ବଳ ଥିବାରୁ ବନ୍ୟା ଆଶଙ୍କାରେ ଭୟଭୀତ ଅଛନ୍ତି ନଦୀ ତଟବର୍ତ୍ତୀ ଅଞ୍ଚଳବାସୀ । ଶୁଳିଆପଦା, ମୋରଡା, ଚିତ୍ରଡା, ରାସଗୋବିନ୍ଦପୁର ଅଞ୍ଚଳରେ ପ୍ରବଳ ବର୍ଷା କାରଣରୁ ନଦୀର ଜଳସ୍ତର ବଢୁଛି । ଲଘୁଚାପ ସକ୍ରିୟ ଥିବାରୁ ଆହୁରି ଦୁଇଦିନ ବର୍ଷା ହେବ ବୋଲି ସୂଚନା ଥିବାରୁ ବନ୍ୟା ଆଶଙ୍କା କରାଯାଉଛି ।

 

Leave A Reply

Your email address will not be published.