ନୂଆଦିଲ୍ଲୀ(ଆମ ଟିଭି): ଆଜି ଝାଡ଼ଖଣ୍ଡରେ ପ୍ରଥମ ପର୍ଯ୍ୟୟ ବିଧାନସଭା ନିର୍ବାଚନ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅପରାହ୍ଣ ୫ଟା ପର୍ଯ୍ୟନ୍ତ ଚାଲିବ ଭୋଟ ଗ୍ରହଣ। ପ୍ରଥମ ପର୍ଯ୍ୟାୟରେ ୪୩ସିଟରେ ନିର୍ବାଚନ ହେଉଛି। ପାଖାପାଖି ୧ କୋଟି ୩୭ ଲକ୍ଷ ଜନତା ନିଜର ନେତା ବାଛିବେ ।
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମଇଦାନରେ ଅଛନ୍ତି ୬୮୩ ପ୍ରାର୍ଥୀ। ସେମାନଙ୍କ ମଧ୍ୟରୁ ୬୦୯ ଜଣ ପୁରୁଷ ପ୍ରାର୍ଥୀ । ୭୩ ମହିଳା ପ୍ରାର୍ଥୀଙ୍କ ସମେତ ଜଣେ ତୃତୀୟ ଲିଙ୍ଗି ପ୍ରାର୍ଥୀ ହୋଇଛନ୍ତି। ମତଦାନ ପାଇଁ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ୧୫ ହଜାର ପୋଲିଂ ଷ୍ଟେସନର ବ୍ୟବସ୍ଥା ହୋଇଛି । ଝାଡ଼ଖଣ୍ଡ ପୋଲିସ୍ ସହ BSF ଓ CRPFଙ୍କୁ ସୁରକ୍ଷା ଦାୟିତ୍ବରେ ନିୟୋଜିତ କରାଯାଇଛି। ସବୁଠି JMM-କଂଗ୍ରେସ (Congress) ମେଣ୍ଟକୁ ଟକ୍କର ଦେଉଛି ଭାରତୀୟ ଜନତା ପାର୍ଟି (BJP)।
ପ୍ରଥମ ପର୍ଯ୍ୟାୟରେ ସବୁଠୁ ଗୁରୁତ୍ବପୂର୍ଣ୍ଣ ଆସନ ଷଢ଼େଇକଳାରୁ ନିର୍ବାଚନ ଲଢୁଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେପି ନେତା ଚମ୍ପେଇ ସୋରେନ। ନିର୍ବାଚନ ପୂର୍ବରୁ ଚମ୍ପେଇ ଜେଏମଏମ ଛାଡ଼ି ପଦ୍ମ ଧରିଥିଲେ। କୁହାଯାଉଛି ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବାକୁ ବାଧ୍ୟ କରାଯିବାରୁ ସେ ଅସନ୍ତୁଷ୍ଟ ହୋଇ ବିଜେପିରେ ସାମିଲ ହୋଇଛନ୍ତି। ତାଙ୍କ ନିଜର ଏକ ବଡ଼ ସଂଗଠନ ରହିଛି ।