ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ବେଳେ ହାଇକୋର୍ଟ ମୁଖ୍ୟ ବିଚାରପତି

0

ଓଡ଼ିଶା ହାଇକୋର୍ଟ ର ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ। ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ। ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଥିଲେ।

୧୯୬୩ ଜାନୁୟାରୀ ୨୦ ତାରିଖରେ ଜନ୍ମିତ ଜଷ୍ଟିସ ଶରଣ ସିଂ ଦିଲ୍ଲୀ ବିଶ୍ୱବିଦ୍ୟାଳୟରୁ ଏଲଏଲବି ଡିଗ୍ରୀ ହାସଲ କରିବା ପରେ, ୧୯୯୦ ଜାନୁୟାରୀରେ ପାଟନା ହାଇକୋର୍ଟରେ ଓକିଲାତି ଆରମ୍ଭ କରିଥିଲେ। ବିହାର ସରକାରଙ୍କ ଅତିରିକ୍ତ ଆଡଭୋକେଟ୍ ଜେନେରାଲ ଭାବେ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ୨୨ବର୍ଷ ଧରି କାର୍ଯ୍ୟ କରିଛନ୍ତି। ୨୦୧୨ ଏପ୍ରିଲ ୫ ତାରିଖରେ ସେ ପାଟନା ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଥିଲେ।

Leave A Reply

Your email address will not be published.