କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା

0

ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ସୋମବାର ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଧୂଳିଝଡ଼ ହେବାର ଆଶଙ୍କା ରହିଥିବା ବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବ। ବିଶେଷ କରି କେନ୍ଦୁଝରଗଡ଼ରେ ଏହି ପରିସ୍ଥିତି ଦେଖିବାକୁ ମିଳିବ।

ଅନ୍ୟପକ୍ଷେ ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ୧୫ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏପ୍ରିଲ ୫ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି।

Leave A Reply

Your email address will not be published.