କେଜ୍ରିୱାଲଙ୍କ ଆବେଦନର ଶୁଣାଣି କଲେନି ସୁପ୍ରିମକୋର୍ଟ

0

ନୂଆଦିଲ୍ଲୀ (ଆମ ଟିଭି): ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ହୋଇଥିଲା। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ସ୍ୱତନ୍ତ୍ର ଖଣ୍ଡପୀଠକୁ ଯିବାକୁ କହିଛନ୍ତି। ଅରବିନ୍ଦ କେଜ୍ରିୱାଲ ଇଡିର ଗିରଫଦାରୀକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଅଭିଷେକ ମନୁ ସିଂଘଭି କୋର୍ଟରେ ହାଜର ହୋଇଥିଲେ। କେଜରିୱାଲଙ୍କ ଆବେଦନର ଶୁଣାଣି କରି ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କୁ ନେଇ ଗଠିତ ଖଣ୍ଡପୀଠ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠଙ୍କ ଦ୍ୱାରସ୍ଥ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ପ୍ରଧାନ ବିଚାରପତି କହିଛନ୍ତି ଯେ ଜଷ୍ଟିସ ସଞ୍ଜୀବ ଖାନ୍ନାଙ୍କୁ ନେଇ ଗଠିତ ସ୍ୱତନ୍ତ୍ର ଖଣ୍ଡପୀଠ ତାଙ୍କ ମାମଲାର ଶୁଣାଣି କରିବେ। କିଛି ସମୟ ପରେ ଇଡି ( ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ) ଅରବିନ୍ଦ କେଜ୍ରିୱାଲଙ୍କୁ ଦିଲ୍ଲୀର ରାଉଜ୍ ଆଭେନ୍ୟୁ କୋର୍ଟରେ ହାଜର କରିବ, ଯେଉଁଠାରେ ସେ ୧୦ ଦିନିଆ ରିମାଣ୍ଡରେ ନେବାର ସୂଚନା ରହିଛି। ଏଥିପାଇଁ ଇଡି ମଧ୍ୟ ଆବଶ୍ୟକ ଦଲିଲ ପ୍ରସ୍ତୁତ ରଖିଥିବା ଜଣାପଡିଛି ।

Leave A Reply

Your email address will not be published.