ବଢ଼ିଲା ଖରିଫ ଋତୁ ପ୍ରଧାନମନ୍ତ୍ରୀ ଫସଲ ବୀମା ପଞ୍ଜୀକରଣ ଅବଧି

0

ଭୁବନେଶ୍ୱର (ଆମ ଟିଭି): ଚାଷୀଙ୍କ ପାଇଁ ଖୁସି ଖବର । ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (PMFBY) ରେ ଚଳିତ ଖରିଫ ଋତୁ ପାଇଁ ପଞ୍ଜିକରଣ ଅବଧି ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି ।

ପଞ୍ଜୀକରଣ ପ୍ରକ୍ରିୟା ଜୁଲାଇ ୧୯ ତାରିଖରୁ ଆରମ୍ଭ ହୋଇଥିବା ବେଳେ ଏହା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଧାର୍ଯ୍ୟ କରାଯାଇଥିଲା । କିନ୍ତୁ ଚାଷୀମାନଙ୍କ ସ୍ୱାର୍ଥ ଓ ଅନୁରୋଧ କ୍ରମେ ଏହି ଅବଧିକୁ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର ।

ଚଳିତ ଖରିଫ ଋତୁ ପାଇଁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ରେଜିଷ୍ଟ୍ରେସନ୍ ପାଇଁ ଶେଷ (କଟ୍- ଅଫ୍) ତାରିଖକୁ, ଉଭୟ ଋଣୀ ଓ ଅଣ-ଋଣୀ କୃଷକଙ୍କ ପାଇଁ, ୩୧ ଅଗଷ୍ଟ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ରାଜ୍ୟ ସରକାରଙ୍କ ଏ ସମ୍ବନ୍ଧୀୟ ପ୍ରସ୍ତାବକୁ ଭାରତ ସରକାର ଅନୁମୋଦନ କରିଛନ୍ତି ବୋଲି କୃଷି ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.