ଭଦ୍ରକ: ଧାମନଗର ଉପନିର୍ବାଚନ ପାଇଁ ବାବା ହରେକୃଷ୍ଣ ସେଠୀଙ୍କ ନାମକୁ ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ଅନ୍ତରୀଣ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଅନୁମୋଦନ କରିଛନ୍ତି। ଏନେଇ କଂଗ୍ରେସର କେନ୍ଦ୍ରୀୟ ନିର୍ବାଚନ କମିଟିର ସାଧାରଣ ସଂପାଦକ ମୁକୁଲ ୱାସନିକ ଏକ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛନ୍ତି ।
ବାବା ହରେକୃଷ୍ଣ ଗୁରୁବାର ଏକ ଶୋଭାଯାତ୍ରାରେ ଆସି ଭଦ୍ରକ ବ୍ଲକ ପରିସରରେ ପ୍ରାର୍ଥୀପତ୍ର ଦାଖଲ କରିବେ। ଏହି ଶୋଭାଯାତ୍ରାରେ ପିସିସି ସଭାପତି ଶରତ ପଟ୍ଟନାୟକ, ପିସିସି ପୂର୍ବତନ ସଭାପତି ନିରଂଜନ ପଟ୍ଟନାୟକ, ବରିଷ୍ଠ ନେତା ଜୟଦେବ ଜେନା, ଜଗନ୍ନାଥ ପଟ୍ଟନାୟକ, ଶରତ ରାଉତ, ପ୍ରସାଦ ହରିଚନ୍ଦନ, ସୁର ରାଉତରାୟ, ପୂର୍ବତନ ସାଂସସ ଅନନ୍ତ ପ୍ରସାଦ ସେଠୀ, ପୂର୍ବତନ ବିଧାୟକ ପଞ୍ଚାନନ ମଣ୍ଡଳ, ଜିଲ୍ଲା ସଭାପତି ସୁବ୍ରତ ଦାସ ପ୍ରମୁଖ ଯୋଗଦେବାର ଜଣାପଡ଼ିଛି।