କୋରେଇ ଟ୍ରେନ୍ ଦୁର୍ଘଟଣା: ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

0

କୋରେଇ (ଆମ ଟିଭି): ଯାଜପୁର କୋରେଇରେ ଭୟଙ୍କର ଟ୍ରେନ୍ ଦୁର୍ଘଟଣା । ଟ୍ୱିଟ୍ କରି ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ ଖବର ଅତ୍ୟନ୍ତ ଦୁଃଖଦାୟକ । ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି । ସେହିପରି ଦୁର୍ଘଟଣାରେ ଆହତ ହୋଇଥିବା ସମସ୍ତ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ତେବେ ଟ୍ରେନ୍ ଦୁର୍ଘଟଣାରେ ୫୪ଟି ବଗିରୁ ୧୦ଟି ଲାଇନଚ୍ୟୁତ ହୋଇଥିବା ସୂଚନା । ଲାଇନଚ୍ୟୁତ ପରେ ଷ୍ଟେସନ ଉପରକୁ ବଗିଗୁଡିକ ମାଡି ଯାଇଛି । ଯାହା ଫଳରେ କୋରେଇ ରେୱେ ଷ୍ଟେସନର ବିଲ୍ଡିଂ ଭାଙ୍ଗି ଯାଇଛି । କେବଳ ସେତିକି ନୁହେଁ ଦୁର୍ଘଟଣାରେ ଫୁଟ୍ ଓଭର ବ୍ରିଜ୍ ଭାଙ୍ଗି ଚୁରମାର ହୋଇଛି । ତେବେ ଏହି ଦୁର୍ଘଟଣାରେ ୪ଜଣଙ୍କ ମୃତ୍ୟୁ ନେଇ କୋରେଇ ବିଡିଓ ସୂଚନା ଦେଇଛନ୍ତି । ୭ଜଣ ଆହତଙ୍କ କୋରେଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Leave A Reply

Your email address will not be published.