ଲାଲକୃଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ
ଭାରତ ରତ୍ନ’ରେ ସମ୍ମାନିତ ହେବେ ଲାଲକୃଷ୍ଣ ଆଡଭାନୀ। ବରିଷ୍ଠ ରାଜନେତା ତଥା ପୂର୍ବତନ ଉପପ୍ରଧାନମନ୍ତ୍ରୀ ଲାଲକୃଷ୍ଣ ଆଡଭାନୀଙ୍କୁ ପ୍ରଦାନ କରାଯିବ ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ ଭାରତ ରତ୍ନ। ଏନେଇ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘୋଷଣା କରିଛନ୍ତି।
ଏକ ଏକ୍ସ ପୋଷ୍ଟରେ ପ୍ରଧାନମନ୍ତ୍ରୀ ମୋଦି ଲାଲକଡଷ୍ଣ ଆଡଭାନୀଙ୍କୁ ଭାରତ ରତ୍ନ ସମ୍ମାନିତ କରାଯିବା ନେଇ ଶେଆର କରି ଖୁବ୍ ଶୁସିବ୍ୟକ୍ତ କରିଛନ୍ତି। ଏନେଇ ସେ ଆଡଭାନୀଙ୍କ ସହ କଥା ହୋଇ ତାଙ୍କୁ ଶୁଭେଚ୍ଛା ଜଣାଇଥିବା ମଧ୍ୟ କହିଛନ୍ତି।