ବଡ଼ ଧରଣର ସାପ ବିଷ ରାକେଟର ପର୍ଦ୍ଦାଫାସ

0

ବାଲେଶ୍ୱର (ଆମ ଟିଭି): ବଡ଼ ଧରଣର ସାପ ବିଷ ରାକେଟର ପର୍ଦ୍ଦାଫାସ କରିଛି ବାଲେଶ୍ଵର ବନବିଭାଗ । ଓଡ଼ିଶାରୁ ରାଜ୍ୟ ବାହାରକୁ ଚାଲଣ ହେଉଥିବା ଏହି ସାପ ବିଷ ରାକେଟକୁ ଆଜି ଠାବ କରିବା ସହ ୨୬ ନାଗସାପ ଉଦ୍ଧାର ବନ ବିଭାଗ । ବାଲେଶ୍ୱର ବାଲିଆପାଳ ପଞ୍ଚୁପଳିରେ ଏହି ରାକେଟକୁ ଠାବ କରାଯାଇଛି । ଏହି ମାମଲାରେ ଜଣେ ମହିଳାଙ୍କ ସମେତ ୩ ଜଣଙ୍କୁ ଗିରଫ କରାଯାଇଛି। ନାଗ ସାପଙ୍କଠାରୁ ବିଷ ବାହାର କରାଯାଇ ଏହାକୁ ବିଭିନ୍ନ ସ୍ଥାନକୁ ଚାଲାଣ କରାଯାଉଥିଲା। ଓଡ଼ିଶାର ବିଭିନ୍ନ ସ୍ଥାନରୁ ଏହି ସବୁ ସାପକୁ ସଂଗ୍ରହ କରାଯାଉଥିଲା, ତେବେ ଏଥିରେ ଆଉ କିଏ କିଏ ସାମିଲ ସେ ନେଇ ତଦନ୍ତ ଚାଲିଛିା

ଏନେଇ ସ୍ନେକ ହେଲ୍ପ ଲାଇନ୍ ସମ୍ପାଦକ ଶୁଭେନ୍ଦୁ ମଲ୍ଲିକ କହିଛନ୍ତି, ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଗତକାଲି ରାତି ପ୍ରାୟ ୩ଟାରେ ଭୁବନେଶ୍ୱରରୁ ବାହାରିଲୁ। ଭୋର ପ୍ରାୟ ୫ଟା ପରେ ବାଲେଶ୍ୱରରେ ପହଞ୍ଚିଲୁ। ଏହାପରେ ବହୁ ରେଞ୍ଜ ଅଧିକାରୀଙ୍କ ସହ ପଞ୍ଚୁପଳିରେ ପହଞ୍ଚି ରେଡ କଲୁ। ଏହି ରେଡ ସମୟରେ ୨୬ଟି ନାଗ ସାପଙ୍କୁ ଚାଲାଣ ପୂର୍ବରୁ ଉଦ୍ଧାର କରାଯାଇଛି। ସାପ ଚାଲାଣ ପାଇଁ ବ୍ୟବହୃତ ହେଉଥିବା ପ୍ଲାଷ୍ଟିକ ପେଡ଼ିକୁ ସ୍ୱତନ୍ତ୍ର ଭାବେ ତିଆରି କରାଯାଇଛି। ଏଥିରୁ ଆହୁରି ବହୁ ଲୋକ ସାମିଲ ଥିବା ସନ୍ଦେହ କରାଯାଉଛି।

Leave A Reply

Your email address will not be published.