ରାଜ୍ୟରେ ଆଇନଶୃଙ୍ଖଳା ଶାନ୍ତିପୂର୍ଣ୍ଣ ରହିଛି: ମୁଖ୍ୟମନ୍ତ୍ରୀ

0

ଭୁବନେଶ୍ବର: ଆଜି ବିଧାନସଭାରେ ଗୃହ ବିଭାଗ ଏବଂ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିବୃତି ରଖିଛନ୍ତି। ସେ କହିଛନ୍ତି ଯେ ପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ସହଯୋଗ ଯୋଗୁଁ ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ମୁଖ୍ୟତଃ ଶାନ୍ତିପୂର୍ଣ୍ଣ ଓ ନିୟନ୍ତ୍ରଣରେ ରହିଛି। ସାମ୍ପ୍ରଦାୟିକ ସମନ୍ବୟ ବଜାୟ ରହିଛି। ଛାତ୍ର, ସେବା, ଶିଳ୍ପ, ଶ୍ରମିକ ଓ କୃଷି ସାମ୍ମୁଖ୍ୟରେ କିଛି ଗୁରୁତ୍ବପୂର୍ଣ୍ଣ ଆଇନଶୃଙ୍ଖଳା ସ୍ଥିତି ଘଟିନି। ରାଜ୍ୟରେ ସାମଗ୍ରିକ ମାଓବାଦୀ ଦୃଶ୍ୟରେ ଉଲ୍ଲେଖନୀୟ ଉନ୍ନତି ଘଟିଛି।

ମୁଖ୍ୟମନ୍ତ୍ରୀ ତାଙ୍କ ବିବୃତିରେ ବିରୋଧୀଙ୍କୁ ଟାର୍ଗେଟ୍ କରି କହିଥିଲେ, ଏହି ଗୃହରେ ମୋର ଅଭିଜ୍ଞତାରୁ ନମ୍ରତାର ସହ ଏତିକି କହିପାରିବି ଯେ ଯେଉଁମାନେ ଲୋକଙ୍କ ପାଇଁ କାମ କରନ୍ତି ସେମାନେ ଏହି ଗୃହକୁ ଫେରନ୍ତି। ଯେଉଁମାନେ ଅପରାଧକୁ ନେଇ ରାଜନୀତି କରନ୍ତି, ରାଜନୈତିକ ବିଚାର ପାଇଁ ବିକାଶରେ ବାଧକ ସାଜନ୍ତି ସେମାନେ ଏହି ପବିତ୍ର ଗୃହକୁ ଫେରନ୍ତି ନାହିଁ। ଲୋକମାନେ ବିରୋଧୀଙ୍କ ଆଚରଣ ଉପରେ ନଜର ରଖିଛନ୍ତି ଏବଂ ସେମାନେ କିପରି ହତା‌ଶ ହୋଇ ବିକାଶମୂଳକ କାର୍ଯ୍ୟରେ ବାଧକ ସାଜିଛନ୍ତି ତାହା ବି ଦେଖୁଛନ୍ତି। ଆମ ସରକାର ଓଡ଼ିଶାକୁ ‘ନୂତନ ଓଡ଼ିଶା, ସଶକ୍ତ ଓଡ଼ିଶା’ରେ ପରିଣତ କରିବାକୁ ଆଗକୁ ବଢ଼ିବ।

Leave A Reply

Your email address will not be published.