ଆଇନଜୀବୀ ବିକ୍ଷୋଭ କଲେ ବନ୍ଧା ହେବେ: ସୁପ୍ରିମକୋର୍ଟ

0

ନୂଆଦିଲ୍ଲୀ(ଆମ ଟିଭି): ଆନ୍ଦୋଳନକାରୀ ଓକିଲଙ୍କ ପାଇଁ ସୁପ୍ରିମକୋର୍ଟ ଦେଇଛନ୍ତି ବଡ଼ ନିର୍ଦ୍ଦେଶ । ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲଙ୍କ ଆନ୍ଦୋଳନ ନେଇ ଦୃଢ଼ ଆଭିମୁଖ୍ୟ ଦେଖାଇଛନ୍ତି ସର୍ବୋଚ୍ଚ କୋର୍ଟ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ବେ ଆନ୍ଦୋଳନକାରୀ ଓକିଲଙ୍କ ଲାଇସେନ୍ସ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଆବଶ୍ୟକସ୍ଥଳେ ଆନ୍ଦୋଳନକାରୀ ଓକିଲଙ୍କୁ ଗିରଫ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଜୁଡ଼ିସିଆଲ ଅଧିକାରୀଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ କହିଛନ୍ତି। କୋର୍ଟ ପରିସର ଏବଂ ଅଭିଯୋଗକାରୀଙ୍କୁ ସୁରକ୍ଷା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ଡିସେମ୍ବର ୧୨ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ତାରିଖ ଧାର୍ୟ୍ୟ କରାଯାଇଛି। ନ୍ୟାୟିକ ଅଧିକାରକୁ ହନନ ନକରିବା ନେଇ ଓକିଲ ଆନ୍ଦୋଳନ ବନ୍ଦ କରିବାକୁ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ କୋର୍ଟ।

Leave A Reply

Your email address will not be published.