ଗୀତ ଗାଉ ଗାଉ ଚାଲିଗଲା ଜୀବନ ।

0

ଏମିତି ବି ଆସେ ମୃତ୍ୟୁ। ଗୀତ ଗାଉ ଗାଉ ଚାଲିଗଲା ଜୀବନ। ଏପରି ଏକ ଦୁଃଖଦ ଘଟଣା ଘଟିଛି ଗଜପତିରେ। ଗୀତ ଗାଉଥିବା ବେଳେ ଜିଲ୍ଲା ରେଭିନ୍ୟୁ ଏଡିଏମ୍ ବୀରେନ୍ଦ୍ର କୁମାର ଦାସଙ୍କ ମୃତ୍ୟୁ ହୋଇଛି। ଶାନ୍ତିପୂର୍ଣ୍ଣ ଭାବେ ନିର୍ବାଚନ ସରିବା ଖୁସିରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମଂଚ ଉପରକୁ ଯାଇ ଗୀତ ଗାଉଥିଲେ ବୀରେନ୍ଦ୍ର। ରେଭିନ୍ୟୁ ଏଡିଏମଙ୍କ ଗୀତରେ ସମସ୍ତେ ଝୁମୁଥିଲେ। ହେଲେ ଗୀତ ଗାଉଥିବା ବେଳେ ହଠାତ୍ ମଞ୍ଚରେ ପଡି ଯାଇଥିଲେ ରେଭିନ୍ୟୁ ଏଡିଏମ । ତୁରନ୍ତ ତାଙ୍କୁ ବ୍ରହ୍ମପୁର ହସ୍ପିଟାଲକୁ ନିଆଯାଇଥିଲା । କିନ୍ତୁ ହସ୍ପିଟାଲରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ରେଭିନ୍ୟୁ ଏଡିଏମଙ୍କ ଏଭଳି ମୃତ୍ୟୁକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ସହଯୋଗୀ ଷ୍ଟାଫ । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି ।

Leave A Reply

Your email address will not be published.