ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ନେଲେ ବଡ଼ ପଦକ୍ଷେପ

0

ଭୁବନେଶ୍ୱର (ଆମ ଟିଭି ): ଓଡ଼ିଶାରେ ଲୋକକଳାର ପ୍ରସାର ପାଇଁ ରାଜ୍ୟ ସରକାର ଅନେକ ପ୍ରଗତିଶୀଳ ପଦକ୍ଷେପ ନେଇଛନ୍ତି । ୨୦୦୯ ମସିହାରୁ ବ୍ଲକ୍‌ ଠାରୁ ଆରମ୍ଭ କରି ଜିଲ୍ଲା ତଥା ରାଜ୍ୟସ୍ତର ପର୍ଯ୍ୟନ୍ତ କଳାକାରମାନଙ୍କ ସଂଘ ଗଠନ କରାଯାଇଛି । ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଓ ଅନ୍ୟାନ୍ୟ ବିଭାଗ ଦ୍ବାରା ଲୋକକଳା କାର୍ଯ୍ୟକ୍ରମର ଆୟୋଜନ କରାଯାଇ ପ୍ରୋତ୍ସାହନ ଦିଆଯାଉଛି ।

କଳାକାର ମାନଙ୍କୁ ପ୍ରୋତ୍ସାହିତ କରିବା ପାଇଁ ସୂଚନା ଓ ଲୋକ ସଂପର୍କ ବିଭାଗ ଦ୍ବାରା ଆୟୋଜିତ ସଚେତନତା କାର୍ଯ୍ୟକ୍ରମ ଗୁଡିକରେ କଳାକାରମାନଙ୍କ ପ୍ରଦର୍ଶନ ପାଇଁ ପାରିଶ୍ରମିକରେ ବୃଦ୍ଧି ବିଷୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ।ବିଭିନ୍ନ ଲୋକକଳା ଯଥା ଦାସକାଠିଆ, ପାଲା, ଘୋଡାନାଚ ତଥା ଲୋକନୃତ୍ୟ ଓ ଲୋକସଂଗୀତ ପାଇଁ ପାରିଶ୍ରମିକ ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ।

Leave A Reply

Your email address will not be published.