ଭୁବନେଶ୍ୱର (ଆମ ଟିଭି): ସେବାୟତଙ୍କ କଳି ପାଇଁ ଦୀର୍ଘ ୩ ଦିନ ହେବ ଓପାସ ରହିଛନ୍ତି ପ୍ରଭୁ ଲିଙ୍ଗରାଜ । ଦୁଇ ସେବାୟତ ଗୋଷ୍ଠୀଙ୍କ ମଧ୍ୟରେ ଭୋଗ ମାରା ହେବାକୁ ନେଇ ବିବାଦରୁ ଏମିତି ପରିସ୍ଥିତି ସୃଷ୍ଟି ହୋଇଛି ।
ଲିଙ୍ଗରାଜଙ୍କ ସେବା କରୁଥିବା ବଡୁ ନିଯୋଗର କହିବା କଥା ହେଲା ନୂଆବର୍ଷ ଦିନ ଲିଙ୍ଗରାଜଙ୍କ ଭୋଗମଣ୍ଡପକୁ ଜଣେ ଅଣସେବାୟତ ପଶିଯିବାରୁ ଭୋଗ ମାରା ହୋଇଥିଲା । ମାରା ହୋଇଥିବା ସମ୍ପୂର୍ଣ୍ଣ ଭୋଗକୁ ଅମଣିଆ କୂଅରେ ପକାଯିବା ପରମ୍ପରା ରହିଛି । କିନ୍ତୁ ଏହା କରାନଯାଇ ଭୋଗକୁ ଭକ୍ତଙ୍କୁ ବଂଟାଯାଇଥିବା ଅଭିଯୋଗ ହେଉଛି । ସେପଟେ ଭୋଗ ବିକ୍ରୀ କରୁଥିବା ବ୍ରାହ୍ମଣ ନିଯୋଗ ଓ ମହାସୁଆର ନିଯୋଗ କହିଛି , ସମସ୍ତ ଭୋଗକୁ ପୋତାଯାଇଛି ।
ଆବଶ୍ୟକ ହେଲେ ସିସିଟିଭି ଯାଂଚ କରାଯାଉ । ଏହି ବିବାଦରୁ ନୀତିକାନ୍ତି ବନ୍ଦ ରହିଛି ଓ ଦୁଇ ନିଯୋଗ ପରସ୍ପରକୁ ଦୋଷ ଦେଉଛନ୍ତି । ଅଚଳାବସ୍ଥା ତୁଟାଇବାକୁ କାଲି ବୈଠକ ଡାକିଥିଲେ ପ୍ରଶାସନ, କିନ୍ତୁ ବୈଠକକୁ ବ୍ରାହ୍ମଣ ନିଯୋଗ ସଦସ୍ୟ ନ ଆସିବାରୁ ନିଷ୍କର୍ସ ବାହାରି ପାରିନାହିଁ ।