ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଆଗକୁ ବଡ ବର୍ଷା, ଆଲର୍ଟ ଜାରି…..
ବଙ୍ଗୋପସାଗରରେ ସୃଷ୍ଟି ହେଲା ନୂତନ ଲଘୁଚାପ । ଆଜି ଉତ୍ତର-ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଯାହା ଆଗାମୀ ୨ ଦିନ ଯାଏଁ ଉତ୍ତର ଓଡିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଦେଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ ।
ସେପଟେ ସମୁଦ୍ର ଉପରେ ଥିବା ପ୍ରଣାଳୀର ପ୍ରଭାବରେ, ଆଜି ଏବଂ ଆଗାମୀ ପାଞ୍ଚ ଦିନ ପାଇଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ଆଇଏମଡି ଜୁଲାଇ ୪ ପର୍ଯ୍ୟନ୍ତ ବର୍ଷା ସତର୍କତା ଜାରି କରିଛି। ୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ରାଜ୍ୟର ବିଭିନ୍ନ ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।