ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି।
ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଆଜି ସକାଳ ସୁଦ୍ଧା କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ କଟକରେ ପ୍ରବଳରୁ ଅତିପ୍ରବଳ ଅର୍ଥାତ୍ ୭୦ ମିମିରୁ ୨୦୦ ମିମି ଏବଂ ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିରେ ପ୍ରବଳ ବର୍ଷା ହୋଇପାରେ।