ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

0

ଭୁବନେଶ୍ୱର (ଆମ ଟିଭି): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା । ପ୍ରଭାବରେ ଦକ୍ଷିଣ ଓଡ଼ିଶା, ଉତର ଆନ୍ଧ୍ର ଓ ଛତିଶଗଡ଼ରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୧୫ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବ ।

କଟକ, ଢେଙ୍କାନାଳ, ଅନୁଗୁଳ, ନୟାଗଡ଼, ବୌଦ୍ଧ, ସୋନପୁର, କନ୍ଧମାଳ ଓ ଗଞ୍ଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଜପତି, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.