ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ
ଭୁବନେଶ୍ୱର (ଆମ ଟିଭି): ସୃଷ୍ଟି ହେଲା ଲଘୁଚାପ । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଛି। ଏହା ଘନୀଭୂତ ହୋଇ ଆଗାମୀ ୪୮ ଘଣ୍ଟାରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୃଷ୍ଟି ହେଲା #ଲଘୁଚାପ କ୍ଷେତ୍ର, ଆଗାମୀ ୪୮ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର pic.twitter.com/kQJmZPBiON
— Meteorological Centre, Bhubaneswar (@mcbbsr) September 8, 2022
ଏହାର ପ୍ରଭାବରେ ରାଜ୍ୟରେ ୮ରୁ ୧୦ ତାରିଖ ପର୍ୟ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୮ ତାରିଖ ପାଇଁ ଗଜପତି, ଗଞ୍ଜାମ, ପୁରୀ, କୋରାପୁଟ, ରାୟଗଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ସୂଚନା ଜାରି କରାଯାଇଥିବାବେଳେ ମାଲକାନାଗିରି, କଳାହାଣ୍ଡି, ନୟାଗଡ଼, କନ୍ଧମାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୯ ତାରିଖରେ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ୧୩ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ସେହିଭଳି ୯ରୁ ୧୦ ତାରିଖ ମଧ୍ୟରେ ବର୍ଷା ପରିମାଣ ବଢ଼ିବ ବୋଲି ଶ୍ରୀ ଦାସ କହିଛନ୍ତି ।
ସେହିଭଳି ଉପକୂଳ ଓଡ଼ିଶାର ୮ଟି ଜିଲ୍ଲା ସମେତ ଦକ୍ଷିଣ- ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୯ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବୃଦ୍ଧି ପାଇବ । ୧୦ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷାର ପ୍ରକୋପ ଜାରି ରହିବ । ପ୍ରବଳ ବର୍ଷା ହେବାକୁ ଥିବା ଅଞ୍ଚଳରେ ସତର୍କ ରହିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କ କରାଯାଇଛି ।