ଅବପାତରେ ପରିଣତ ହେଲା ଲଘୁଚାପ, ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା

0

ଭୁବନେଶ୍ବର: ଦୁଇ ଦିନ ପ୍ରବଳ ବର୍ଷା । ବଙ୍ଗୋପସାଗରରେ ଲଘୁଚାପ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି । ବର୍ତ୍ତମାନ ପଶ୍ଚିମବଙ୍ଗ ଉପରେ ଅବପାତ ରହିଥିବା ବେଳେ ଝାଡ଼ଖଣ୍ଡ ଆଡକୁ ଗତି କରୁଛି । ପ୍ରଭାବରେ ରାଜ୍ୟରେ ଦୁଇ ଦିନ ପ୍ରବଳ ବର୍ଷା ସମ୍ଭାବନା । ଭାଷଣ ବର୍ଷା ପାଇଁ କେନ୍ଦୁଝର ଓ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହିପରି ପ୍ରବଳ ବର୍ଷା ପାଇଁ ଆଜି ସୁନ୍ଦରଗଡ଼, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ଆଲର୍ଟ ଏବଂ ବଲାଙ୍ଗୀର, ସୋନପୁର,ସମ୍ବଲପୁର,ଦେବଗଡ଼,କେଉଁଝରକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ୨୨ ତାରିଖ ଯାଏଁ ବର୍ଷା ଲାଗି ରହିବ ।

ଓଡ଼ିଶା ଉପକୂଳରେ ମେଘୁଆ ପାଗ ସହ ୪୫ରୁ ୫୫ କି.ମି ପବନ ସର୍ବାଧିକ ୬୫ କି.ମି ବେଗରେ ପବନ ବହିବାର ସମ୍ଭାବନାକୁ ନେଇ ସମୁଦ୍ର ଆସନ୍ତା ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ଜୁନ ୧ରୁ ଏଯାବତ ୯୭୪.୭ ମିମି ବର୍ଷା ହୋଇଛି । ସ୍ୱାଭାବିକ ବର୍ଷାଠାରୁ ୨୮ ପ୍ରତିଶତ ଅଧିକ ବର୍ଷା ହୋଇଛି । ସେପଟେ ଗତ ୨୪ ଘଣ୍ଟାରେ ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ବର୍ଷା ହୋଇଛି। ୯ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇଛି । ୨୫ ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି।ବାଲେଶ୍ବର ଭୋଗରାଇରେ ସର୍ବାଧିକ ୨୧୭.୦ମିମି ବର୍ଷା ରେକର୍ଡ କରାଯାଇଛି ।

Leave A Reply

Your email address will not be published.