ରତ୍ନ ସିଂହାସନରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

0

ପୁରୀ (ଆମ ଟିଭି): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସ୍ଵତନ୍ତ୍ର ନୀତି।  ଆଜି ରତ୍ନ ସିଂହାସନରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ । ବିଭିନ୍ନ ଦିବ୍ୟ ଅଳଙ୍କାରରେ ବିଭୂଷିତ ହୋଇଛନ୍ତି ଶ୍ରୀଜିଉ । କାର୍ତ୍ତିକ ମାସ ଶୁକ୍ଳ ତ୍ରୟୋଦଶୀ ତିଥିରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମ ହୋଇଛି ।

ମହାପ୍ରଭୁଙ୍କ ଅବକାଶ ନୀତି ପରେ ଏହି ବେଶ ଅନୁଷ୍ଠିତ ହୋଇଛି । ଆଜିର ଦିନରେ ମହାପ୍ରଭୁଙ୍କ ଏହି ବେଶ ଦର୍ଶନ କଲେ ଜନ୍ମଜନ୍ମାନ୍ତର ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି । ଆସନ୍ତାକାଲି ମହାପ୍ରଭୁଙ୍କ ଲକ୍ଷ୍ମୀନୃସିଂହ ବେଶ ଅନୁଷ୍ଠିତ ହେବ । ସେପଟେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ଭକ୍ତଙ୍କ ଲାଗି ସ୍ୱତନ୍ତ୍ର ବାୟୋ ଟଏଲେଟ, ବ୍ୟାରିକେଡରେ ବିଶୁଦ୍ଧ ପିଇବା ପାଣି ବ୍ୟବସ୍ଥା ହୋଇଛି ।

Leave A Reply

Your email address will not be published.