କଣ୍ଟାମାଳ: ପ୍ରବଳ ବର୍ଷା ଯୋଗୁଁ ସ୍କୁଲ ଛୁଟି । ବାତ୍ୟା ‘ଅର୍ଣ୍ଣବ’ ପ୍ରଭାବରେ ବୌଦ୍ଧ ଜିଲ୍ଲାରେ ଲାଗି ରହିଛି ପ୍ରବଳ ବର୍ଷା । ବର୍ଷାର ପ୍ରକୋପକୁ ଦୃଷ୍ଟିରେ ରଖି ଆଜି ଜିଲ୍ଲାର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ସମେତ ଅଙ୍ଗନବାଡ଼ି କେନ୍ଦ୍ରକୁ ଦିନକ ପାଇଁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାପାଳ ବିଭୂତି ଭୂଷଣ ନାୟକ ଏହି ନିଷ୍ପତ୍ତି ନେଇଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ବୌଦ୍ଧ ଜିଲ୍ଲାରେ ମୋଟ ୪୧୮ ମିଲିମିଟର ବର୍ଷା ରେକର୍ଡ ହୋଇଛି। ସେଥିମଧ୍ୟରୁ ହରଭଙ୍ଗା ବ୍ଲକରେ ସର୍ବାଧିକ ୨୦୭ ମିଲିମିଟର, ବୌଦ୍ଧ ବ୍ଲକରେ ୧୪୨ ମିଲିମିଟର ଏବଂ କଣ୍ଟାମାଳ ବ୍ଲକରେ ୬୯ ମିଲିମିଟର ବର୍ଷା ହୋଇଛି।ଲଗାଣ ବର୍ଷା ଯୋଗୁଁ ଜିଲ୍ଲାରେ ସ୍ଥିତି ଚିନ୍ତାଜନକ ହେବାରେ ଲାଗିଛି। ତେଣୁ ଅଭିଭାବକ ଓ ଛାତ୍ରଛାତ୍ରୀଙ୍କୁ ସତର୍କ ରହିବା ସହ ଅଯଥାରେ ଘରୁ ବାହାରକୁ ନଯିବାକୁ ପରାମର୍ଶ ଦିଆଯାଉଛି ।