ଆନ୍ଧ୍ରପ୍ରଦେଶ ଶ୍ରିକାକୁଲମ୍ରେ ବଡ଼ ଅଘଟଣ ; ଭେଙ୍କଟେଶ୍ବର ସ୍ବାମୀ ମନ୍ଦିରରେ ଦଳାଚକଟାରେ ୯ ମୃତ
ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ୍ ସ୍ଥିତ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ଏକ ବଡ଼ ଧରଣର ଦଳାଚକଟା ଘଟିଛି, ଯେଉଁଥିରେ ୯ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି । ଏକାଦଶୀ ପର୍ବ ପାଇଁ ପ୍ରବଳ ଭିଡ଼ ଜମିଥିବା ବେଳେ ଏହି ଅଘଟଣ ଘଟିଛି ।
ସୂଚନା ଅନୁସାରେ , ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିରରେ ପ୍ରବଳ ଭିଡ଼ ଯୋଗୁଁ ଏକ ଦଳାଚକଟା ପରିସ୍ଥିତି ସୃଷ୍ଟି ହୋଇଥିଲା, ଯାହା ଫଳରେ ଏହି ଦୁଃଖଦ ଘଟଣା ଘଟିଛି । ଏକାଦଶୀ ଥିବାରୁ ପ୍ରବଳ ଶ୍ରଦ୍ଧାଳୁଙ୍କ ସମାଗମ ପରେ ଭିଡ ଅଣଆୟତ ହୋଇପଡିଥିଲା । ଶ୍ବାସରୁଦ୍ଧ ହୋଇ ଅଧିକାଂଶ ଶ୍ରଦ୍ଧାଳୁଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅନେକ ଶ୍ରଦ୍ଧାଳୁ ଗୁରୁତର ଆହତ ହୋଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।