କାଲିଠାରୁ ମାଟ୍ରିକ ପରୀକ୍ଷା

0

ଆସନ୍ତାକାଲିଠୁ ସମଗ୍ର ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ତତ୍ପର ଥିବା ବେଳେ ଛାତ୍ରଛାତ୍ରୀଙ୍କ ପ୍ରସ୍ତୁତି ବି ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଚଳିତ ବର୍ଷ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ। ଏହାଦ୍ୱାରା କପିକୁ ରୋକି ହେବ ବୋଲି ଟାର୍ଗେଟ ରଖାଯାଇଛି।

ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଦେବେ ୫ ଲକ୍ଷ ୫୧ ହଜାର ୬୧୧ ଛାତ୍ରଛାତ୍ରୀ। ବୋର୍ଡ ପକ୍ଷରୁ ୩ ହଜାର ୪୭ଟି ପରୀକ୍ଷା କେନ୍ଦ୍ର ଏବଂ ଦୁର୍ଗମ ଅଞ୍ଚଳର ୨୧ଟି ପୁଲିସ ଷ୍ଟେସନକୁ ନୋଡାଲ୍ ସେଣ୍ଟର କରାଯାଇଛି।

ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଦେଶର ପ୍ରଥମ ପରୀକ୍ଷା ବୋର୍ଡ ଭାବେ ଆର୍ଟିଫିସିଆଲ ଇଣ୍ଟିଲିଜେନ୍ସର ସହାୟତା ନେଇଛି ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ। ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ର ସହ ନୋଡାଲ ସେଣ୍ଟରରେ AI ଅର୍ଥାତ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ କ୍ୟାମେରା ବ୍ୟବହାର କରାଯିବ। ବୋର୍ଡ ମୁଖ୍ୟଳୟରେ କମାଣ୍ଡ କଣ୍ଟ୍ରୋଲ ରୁମରୁ ହିଁ ତା ଉପରେ ନଜର ରଖାଯିବ। ଏହାସହ ରାଜ୍ୟର ସମସ୍ତ ପରୀକ୍ଷା କେନ୍ଦ୍ରରେ CCTV ଲାଇଭ ଷ୍ଟ୍ରିମିଙ୍ଗ ୱେବକାଷ୍ଟିଂ ବ୍ୟବସ୍ଥା କରାଯାଇଛି ।

Leave A Reply

Your email address will not be published.