୨୨ ଜିଲ୍ଲାକୁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ

0

ଭୁବନେଶ୍ୱର: ସଂପ୍ରତି ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟପକ୍ଷରେ ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ରହିଛି। ଫଳ ସ୍ୱରୂପ ଆଗାମୀ ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହିଥିବା ବେଳେ ୪ ତାରିଖ ଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ଆଜି (ଶୁକ୍ରବାର) ଅପରାହ୍ନରେ ଏକ ସତର୍କ ସୂଚନା ଜାରି କରିଛି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

ସେପ୍ଟେମ୍ବର ୩ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ପରବର୍ତ୍ତୀ ୪୮ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି

ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ସେପ୍ଟେମ୍ବର ୨ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୨୨ଟି ଜିଲ୍ଲାରେ କାଳବେଶାଖୀ ଜନିତ ଝଡ଼ବର୍ଷାର ସମ୍ଭାବନା ରହଥିବା ରହିଛି ବୋଲି ଆଜି ଅପରାହ୍ନରେ ଜାରି ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ କେନ୍ଦ୍ର।

Leave A Reply

Your email address will not be published.