ଯୁବକଙ୍କୁ ମାଡ଼ ମାରିବା ଘଟଣାରେ ଜେଲ ଗଲେ ମନ୍ତ୍ରୀଙ୍କ ପୁତୁରା

0

କଟକ (ଆମ ଟିଭି): କଟକ ସଦର ଥାନା ପ୍ରତାପନଗରୀ ଅଞ୍ଚଳରେ ଜଣେ ବ୍ୟକ୍ତିଙ୍କୁ ମାଡ଼ ମାରି ଆଣ୍ଠେଇବା ଘଟଣାରେ ପୁଲିସ୍ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଉଛନ୍ତି ରାଜ୍ୟର ବରିଷ୍ଠ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପୁତୁରା ତଥା ଯୁବ ବିଜେଡିର ସଂପାଦକ। ତାଙ୍କ ନାଁ ଭିକି ସ୍ୱାଇଁ। ସେ କଟକ ଚାନ୍ଦିନୀ ଚୌକ ଅଞ୍ଚଳରେ ରହନ୍ତି।

ଉକ୍ତ ଘଟଣାର ଭିଡିଓ ସୋଶାଲ୍ ମିଡିଆରେ ଭାଇରାଲ ହେବା ପରେ ତଥା ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ପୁଲିସ୍ କାର୍ଯ୍ୟାନୁଷ୍ଠାନ ନେଇଛି। ଗତକାଲି ରାତିରେ ଭିକି ସ୍ୱାଇଁଙ୍କୁ ଗିରଫ କରାଯାଇଥିଲା। ଆଜି ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ତାଙ୍କ ନାଁରେ ପୂର୍ବରୁ ବିଭିନ୍ନ ଥାନାରେ ୧୪ଟି ମାମଲା ରୁଜୁ ହୋଇଛି। ଅନ୍ୟପକ୍ଷରେ ତାଙ୍କ ସହ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବା ପାଇଁ ପୁଲିସ୍ ଉଦ୍ୟମ କରୁଛି।

Leave A Reply

Your email address will not be published.