ଭୁବନେଶ୍ୱର (ଆମ ଟିଭି): ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ପାଇଁ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ ହୋଇଛି । ମାର୍ଚ୍ଚ ୧୧ ତାରିଖରେ ଓଡିଆକୁ ଛାଡି ଅନ୍ୟ ସମସ୍ତ ମାତୃଭାଷା ୨୩କୁ ଘୁଞ୍ଚିଛି। ସେହିପରି ସମସ୍ତ ବିଭାଗରେ ମାର୍ଚ୍ଚ ୨୧ ତାରିଖ ପରୀକ୍ଷା ୨୫ ତାରିଖକୁ ଘୁଞ୍ଚିଛି। ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ନିୟନ୍ତ୍ରକ ସୂଚନା ଦେଇଛନ୍ତି।
ସୂଚନା ମୂତାବକ ଫେବୃଆରୀ ୧୮ ତାରିଖରୁ ଯୁକ୍ତ ଦୁଇ ପରୀକ୍ଷା ଆରମ୍ଭ ହେବ। ଜାନୁଆରୀ ୨ ତାରିଖରୁ ୧୫ ତାରିଖ ମଧ୍ୟରେ ପ୍ରାକ୍ଟିକାଲ୍ ପରୀକ୍ଷା ହେବ। ସକାଳ ୧୦ଟାରୁ ଆରମ୍ଭ ହୋଇ ଅପରାହ୍ନ ୨ଟାରେ ସରିବ ପରୀକ୍ଷା। ଉଭୟ ରେଗୁଲାର ଓ ଏକ୍ସ ରେଗୁଲାର ପରୀକ୍ଷାର୍ଥୀଙ୍କୁ ମିଶାଇ ମୋଟ ୪ ଲକ୍ଷରୁ ଅଧିକ ପିଲା ଫର୍ମ ପୂରଣ କରିଛନ୍ତି । ଚଳିତବର୍ଷ ମୋଟ ୪ ଲକ୍ଷ ୭ ହଜାର ୩୭ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ। ଡିସେମ୍ବର ୧୫ ତାରିଖ ସୁଦ୍ଧା ଆଡମିଟ୍ କାର୍ଡ ପ୍ରଦାନ କରାଯିବ।
ସେହିପରି ମୋଟ୍ ୧୩୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ସମସ୍ତ ୨୧୦ଟି ହବ୍ ଏଆଇ କ୍ୟାମେରା ସର୍ଭେଲାନ୍ସରେ ରହିବ। ପ୍ରଥମଥର ପ୍ରାକ୍ଟିକାଲ ପରୀକ୍ଷାରେ ଓ୍ବେବ୍ କାଷ୍ଟ , ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥା ହେବ। ୪୦ ଦିନରେ ଫଳାଫଳ ପ୍ରକାଶ ପାଇବ। କପି ରୋକିବା ପାଇଁ ପରୀକ୍ଷା ହଲ୍ ରେ ସିସିଟିଭି ଲାଗିବା ସହିତ ୨୧୦ଟି ହବ୍ AI କ୍ୟାମେରା ନଜରରେ ରହିବ।