ବିଜେଡି ଉପରେ ବର୍ଷିଲେ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ, କହିଲେ ଯାହା ହୋଇଛି ଆଗ ଛୁଙ୍କ

0

ଭରତପୁର ଥାନାରେ ଭାରତୀୟ ସେନାର ମେଜର ଗୁରୁବଂଶ ସିଂ ଓ ତାଙ୍କ ବାନ୍ଧବୀଙ୍କୁ ପୁଲିସର ଅମାନବୀୟ ନିର୍ଯାତନା ଘଟଣାକୁ ନେଇ ରାଜନୈତିକ ବାୟାନବାଜି ଆରମ୍ଭ ହୋଇଯାଇଛି। ଏହି ଘଟଣାକୁ ନେଇ ବିରୋଧୀ ବିଜେଡି ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ଦୋଷାରୋପ କରୁଛି। ଏହି ପ୍ରସଙ୍ଗରେ ବିଜେଡିକୁ ଟାର୍ଗେଟ କରିଛନ୍ତି ପୂର୍ବତନ ଖଣ୍ଡପଡ଼ା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ।

ସେ କହିଛନ୍ତି, ଗୋଟିଏ ଘଟଣାକୁ ନେଇ ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ବୋଲି କହି ହେବନାହିଁ। ଏହି ସରକାରକୁ ଅଧିକ ସମୟ ଦେବାକୁ ପଡ଼ିବ। ୨୫ ବର୍ଷର ସରକାରର ଅବସାନ ପରେ ୧୦୦ଦିନର ସରକାର ସହିତ ତୁଳନା କରିବା ଠିକ ନୁହେଁ।

ସୌମ୍ୟ କହିଛନ୍ତି, ଯାହାକୁ ଆଗରୁ ଖୋଜିଲେ ମିଳୁ ନ ଥିଲେ, ସେମାନେ ଗାତରୁ ବାହାରି ସମ୍ବାଦିକ ସମ୍ମିଳନୀ କରୁଛନ୍ତି ଓ ସରକାରଙ୍କୁ ନିନ୍ଦା କରୁଛନ୍ତି। ସେମାନେ ବୋଧେ ହୁଏ ନିଜ ଅମଳ କଥା ଭୁଲି ଯାଉଛନ୍ତି। ମୁଁ ଭାବୁଛି ସରକାରଙ୍କୁ ଟିକିଏ ଅଧିକ ସମୟ ଦେବା ଦରକାର।

ସରକାରଙ୍କୁ ୨୦୦ ଦିନ ସମୟ ଦେବା ଦରକାର। ଯଦି ଡିସେମ୍ବର ମାସ ସୁଦ୍ଧା ସରକାରଙ୍କର କୌଣସି ପ୍ରଭାବ ଦେଖିବାକୁ ମିଳିବ ନାହିଁ ତାହାହେଲେ ଆମେ କହିବା। ସୌମ୍ୟଙ୍କ ସମାଲୋଚନା ନେଇ ବିଜେଡି ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

Leave A Reply

Your email address will not be published.