ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କଲେ ମୋଦି

0

ନୂଆଦିଲ୍ଲୀ : ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ।

ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବାରେ ତାଙ୍କର ଅବଦାନ ସର୍ବଦା ସ୍ମରଣୀୟ ରହିବ। ତାଙ୍କ ପରିବାର ଏବଂ ଇରାନବାସୀଙ୍କୁ ମୋର ହୃଦୟରୁ ସମବେଦନ। ଏହି ଦୁଃଖରେ ଭାରତ ଇରାନ ସହିତ ଛିଡା ହୋଇଛି।

ଇରାନର ରାଷ୍ଟ୍ରପତି ରାଇସି ବୈଦେଶିକ ମନ୍ତ୍ରୀ ଏବଂ ଅନ୍ୟାନ୍ୟ ଅଧିକାରୀଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଦିନ ଇରାନର ଉତ୍ତର-ପଶ୍ଚିମ ଭାଗରେ ଥିବା ଏକ ପାର୍ବତ୍ୟ ଅଞ୍ଚଳରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

Leave A Reply

Your email address will not be published.