ୟୁକ୍ରେନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦି
ପିଏମ ମୋଦୀ ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଫୋନରେ କଥା ହୋଇଛନ୍ତି । ଏହି ସମୟରେ ସେ ରୁଷ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ବିଷୟରେ ଆଲୋଚନା କରିଥିଲେ । ଯୁଦ୍ଧକୁ ଶୀଘ୍ର ଶେଷ କରିବାକୁ ଭାରତ ସମ୍ପୂର୍ଣ୍ଣ ସମର୍ଥନ ଦେବ ବୋଲି ପ୍ରଧାନମନ୍ତ୍ରୀ ମୋଦୀ ନିଶ୍ଚିତ କରିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ଟେଲିଫୋନରେ କଥା ହୋଇଛନ୍ତି । ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କିଙ୍କ ସହ ତାଙ୍କ ବାର୍ତ୍ତାଳାପରେ ପ୍ରଧାନମନ୍ତ୍ରୀ ମୋଦୀ ବିଭିନ୍ନ କ୍ଷେତ୍ରରେ ଭାରତ-ୟୁକ୍ରେନ ଭାଗିଦାରୀକୁ ମଜବୁତ କରିବାକୁ ଭାରତର ପ୍ରତିବଦ୍ଧତାକୁ ନିଶ୍ଚିତ କରିଛନ୍ତି । ଅଧିକନ୍ତୁ, ଶାନ୍ତିପୂର୍ଣ୍ଣ ସମାଧାନ ତଥା ବିବାଦର ଅନ୍ତ ଘଟାଇବାକୁ ଲକ୍ଷ୍ୟ ରଖିଥିବା ପଦକ୍ଷେପ ପାଇଁ ସେ ଭାରତର ନିରନ୍ତର ସମର୍ଥନ ଜଣାଇଛନ୍ତି । ୟୁକ୍ରେନକୁ ଲକ୍ଷ୍ୟମୂଳକ ମାନବିକ ସହାୟତା ଯୋଗାଇବା ପାଇଁ ଭାରତର ପ୍ରତିବଦ୍ଧତାକୁ ଏହି ବାର୍ତ୍ତାଳାପରେ ଦୋହରାଇଛନ୍ତି ।