ଭୁବନେଶ୍ୱର(ଆମ ଟିଭି): ବଢିଲା ସ୍ୱାଧୀନତା ସଂଗ୍ରାମୀଙ୍କ ଭତ୍ତା। 38 ତମ ସ୍ୱାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। କାରାବରଣ କରିଥିବା ସବୁ ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନ ୧୦ରୁ ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି କାରାବରଣ କରିନଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ୯ ହଜାରରୁ ୧୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି ସରକାର।
ଜାତୀୟ ପେନସନ ପାଉଥିବା ସ୍ଵାଧୀନତା ସଂଗ୍ରାମୀଙ୍କ ପେନସନକୁ ମାସକୁ ୮ ହାଜର ପରିବର୍ତ୍ତେ ୧୦ ହାଜର ଟଙ୍କା କରିଛନ୍ତି ସରକାର। MISA ଆଇନରେ ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ସଂଗ୍ରାମୀଙ୍କୁ ମାସକୁ ୨୦ ହାଜର ଟଙ୍କା ପେନସନ ଦେବା ପାଇଁ ସରକାର ନିଷ୍ପତ୍ତି ନେଇଛନ୍ତି ।