ମୂର୍ଛନାର ସଂଗୀତ ପ୍ରତିଯୋଗିତା
ଭୁବନେଶ୍ୱର (ଆମ ଟିଭି): ଆଜି ଭୁବନେଶ୍ଵର ଜୟଦେବ ଭବନ ଠାରେ ମୂର୍ଛନାର ସଂଗୀତ ପ୍ରତିଯୋଗିତା ବିଭିନ୍ନ ସ୍କୁଲ ଓ କଲେଜ ଛାତ୍ର ଓ ଛାତ୍ରୀଙ୍କ ମଧ୍ୟରେ ଅନୁଷ୍ଠିତ ହୋଇ ଯାଇଛି । କୃତି ପ୍ରତିଯୋଗୀ ମାନଙ୍କୁ ମୂର୍ଛନାର ୧୮ତମ ବାର୍ଷିକୋତ୍ସବ ଓ ସଂଗୀତ ଉତ୍ସବ ଦିନ ସରେ ଜୟଦେବ ଭବନଠାରେ ନଗଦ ରାଶି, ଫଳକ ଓ ସାର୍ଟିଫିକେଟ ପ୍ରଦାନ କରାଯିବ । ସଭାପତି ପ୍ରଦୋଷ ପଟ୍ଟନାୟକ ଆନୁଷ୍ଠାନିକ ଭାବେ ସଂଗୀତ ପ୍ରତିଯୋଗୀତାକୁ ଉଦ୍ଘାଟନ କରିଥିଲେ ।
ମୂର୍ଛନାର କର୍ମକର୍ତ୍ତା ଅଜୟ ମହାନ୍ତି, ମହେନ୍ଦ୍ର ଆଚାର୍ୟ୍ୟ, ସତରୂପା ଦେବେନ୍ଦ୍ର ସାହୁ, ହେମନ୍ତ ପରମଗୁରୁ, ପ୍ରଣୟ ଜେଠୀ, ଗୋଲକ ଚରଣ ମାର୍ଥା ଓ ତୁଷାର କାନ୍ତି ଚୌଧୁରୀ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସଂଗୀତ ପ୍ରତିଯୋଗୀତା ସୁରୁଖୁରୁରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ୟ୍ୟକ୍ରମକୁ ଅନନ୍ୟା ମହାନ୍ତି ଓ ଦୀପୟିକା ମିଶ୍ର ସଂଚାଳନ କରିଥିଲେ ।