ନବ ଦାସ ହତ୍ୟାକାଣ୍ଡ ଘଟଣା: ଭାଇରାଲ ହେଉଛି ଫଟୋ

0

ଭୁବନେଶ୍ୱର (ଆମ ଟିଭି): ନବ ଦାସ ହତ୍ୟାକାଣ୍ଡ ଘଟଣାରେ ଆଉ ଏକ ଫଟୋ ଏବେ ବେଶ୍ ଭାଇରାଲ ହେଉଛି । ମନ୍ତ୍ରୀ ନବ ଦାସଙ୍କୁ ପୁଲିସ ଏଏସ୍ଆଇ ଗୋପାଳ ଦାସ (ବାମ) ଗୁଳି ମାରୁଥିବାର ଫଟୋ ଗଣମାଧ୍ୟମ ସାମ୍ନାକୁ ଆସିଛି। ଗତ ଜାନୁଆରି ୨୯ ତାରିଖରେ ବ୍ରଜରାଜନଗର ଗାନ୍ଧୀ ଛକ ଠାରେ ନବ ଦାସ ତାଙ୍କ କାରରୁ ଓହ୍ଲାଉଥିବା ବେଳେ ଗୋପାଳ ଦାସ ତାଙ୍କୁ ଅତି ନିକଟରୁ ଗୁଳି କରିଥିଲା। ସେ ଗୁଳି ମାରୁଥିବାର ସେହି ଦୃଶ୍ୟ କ୍ୟାମେରାରେ ଧରାପଡ଼ିଛି।

ସୂଚନାଯୋଗ୍ୟ, ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ଗତ ୨୯ ତାରିଖ ଦିନ ପ୍ରାୟ ସାଢ଼େ ୧୨ଟାରେ ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ଠାରେ ଆୟୋଜିତ ହେବାକୁ ଥିବା ଏକ କାର୍ୟ୍ୟକ୍ରମରେ ଯୋଗ ଦେବା ପାଇଁ ଯାଇଥିଲେ। ସେ ସେହି କାର୍ୟ୍ୟକ୍ରମସ୍ଥଳରେ ପହଞ୍ଚି ମଂଚାସୀନ ହେବା ପୂର୍ବରୁ ତାଙ୍କୁ ବ୍ରଜରାଜନଗର ଗାନ୍ଧିଛକ ଫାଣ୍ଡିରେ ମୁତୟନ ହୋଇଥିବା ପୁଲିସ ଏଏସ୍ଆଇ ଗୋପାଳକୃଷ୍ଣ ଦାସ ଗୁଳି କରିଥିଲେ। ନବ ଦାସଙ୍କ ଛାତିରେ ଗୁଳି ବାଜିଥିବାରୁ ସେ ଘଟଣାସ୍ଥଳରେ ହିଁ ତଳେ ପଡ଼ିଯାଇଥିଲେ। ସେଠାରୁ ତାଙ୍କୁ ଗୁରୁତର ଅବସ୍ଥାରେ ଭୁବନେଶ୍ବରକୁ ଏୟାରଲିଫ୍ଟ କରାଯାଇଥିଲା।

ଭୁବନେଶ୍ବରସ୍ଥିତ ଆପଲୋ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଥିଲା। ଏହି ଘଟଣାରେ ଅଭିଯୁକ୍ତ ଏଏଏସ୍ଆଇ ଗୋପାଳକୃଷ୍ଣଙ୍କୁ ପୁଲିସ ଗିରଫ କରିଛି। ଘଟଣାର ଉନ୍ମୋଚନ ପାଇଁ କ୍ରାଇମ୍ବ୍ରାଞ୍ଚ ତଦନ୍ତ ଜାରି ରଖିଛି। ଏହାରି ମଧ୍ୟରେ ଝାରସୁଗୁଡ଼ା ଏସ୍ପି ରାହୁଲ ଜୈନ ଓ ବ୍ରଜରାଜନଗର ଏସ୍ଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ମୁଖ୍ୟ ପୁଲିସ କାର୍ୟ୍ୟାଳୟକୁ ବଦଳି ହୋଇସାରିଛନ୍ତି।

 

Leave A Reply

Your email address will not be published.