ନୀତି ଆୟୋଗ ବୈଠକରେ ଯୋଗଦେଲେ ନବୀନ : ଉଠାଇବେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାହ୍ୟା ଦାବି
ଭୁବନେଶ୍ବର(ଆମ ଟିଭି): ନୀତି ଆୟୋଗ ବୈଠକରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି କ୍ରମରେ ଉଠାଇବା ଉଠାଇବେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ପାହ୍ୟା ଦାବି। ୩ ଦିନିଆ ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ନୀତି ଆୟୋଗ ଗଭନିଂ କାଉନସିଲ ବୈଠକରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇଛନ୍ତି । ବୈଠକରେ ନବୀନ ଓଡ଼ିଶାକୁ ଫୋକସ ଷ୍ଟେଟର ମାନ୍ୟତା, କୃଷି, ସ୍ୱାସ୍ଥ୍ୟ ସହ ରାଜ୍ୟ ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଉଠାଇଛନ୍ତି ବୋଲି ସୂଚନା ରହିଛି ।
ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ଦାବି କରିଛନ୍ତି । ୨ ଦଶନ୍ଧି ଧରି କେନ୍ଦ୍ର ସରକାରଙ୍କ ନିକଟରେ ଓଡ଼ିଶା ଏହି ଦାବି କରି ଆସୁଛି । ହେଲେ କେନ୍ଦ୍ର ପ୍ରତିଶ୍ରୁତି ଦେଇ ଅଣଦେଖା କରୁଛି ।